ପଞ୍ଚମ ଜ୍ୟୋତିଲିଙ୍ଗ ଭଗବାନ କେଦାରନାଥ ବିଷୟରେ ଆଶ ଯାଣିବା ।The Story of Kedarnath Jyotirling _ 5th _HD

  • 6 years ago
ଶିବପୁରାଣ ଆଶି ଥିବା ପଞ୍ଚମ ଜ୍ୟୋତିଲିଙ୍ଗ ଭଗବାନ କେଦାରନାଥ ବିଷୟରେ ଆଶ ଯାଣିବା

#GURUGOBINDAYA

Video Link
ପ୍ରଥମ ଜ୍ୟୋତିଲିଙ୍ଗ Link,,
https://youtu.be/mbjBMMbFXC0
ଦୁତିୟ ଜ୍ୟୋତିଲିଙ୍ଗ Link
https://youtu.be/P1jWUUptPkA
ତୃତୀୟ ଜ୍ୟୋତିଲିଙ୍ଗLink,
https://youtu.be/3T1WbKx7ia8
ଚତୁର୍ଥ ଜ୍ୟୋତିଲିଙ୍ଗLink,
https://youtu.be/FMik4uOw-HA
WEBSITE LINK
http://gurugobindaya.blogspot.in

ଶିବପୁରାଣ ଆଶି ଥିବା ପଞ୍ଚମ ଜ୍ୟୋତିଲିଙ୍ଗ ଭଗବାନ କେଦାରନାଥ ବିଷୟରେ କିଛି କଥା ।,
ଜ୍ୟୋତିଲିଙ୍ଗ କେଦାରନାଥ

ଉତ୍ତରାଖଣ୍ଡର ରାଜ୍ୟର ଗଡ଼ୱାଲ ଅଞ୍ଚଳରେ ସମୁଦ୍ର ପତ୍ତନରୁ ପ୍ରାୟ ୩୫୮୧ ମିଟର ଉଚ୍ଚ କେଦାର ଉପତ୍ୟକାରେ ପବିତ୍ର ମନ୍ଦାକିନୀ ନଦୀ ତଟରେ ଶ୍ରୀକେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ମନ୍ଦିର ଅବସ୍ତିତ । ଭଗବାନ ଶିବ ଶ୍ରୀକେଦାରନାଥ ଜ୍ୟୋଲିର୍ଲିଙ୍ଗ ରୂପେ ହିମାଳୟ କୋଳରେ ବିରାଜ ମାନ ହେଇଛନ୍ତି । ହିନ୍ଦୁଶାସ୍ତ୍ର,ପୁରାଣ ଓ ପୁରାତନ ରଚନାମାନଙ୍କରେ ଏହି ଅଞ୍ଚଳକୁ କେଦାରଖଣ୍ଡ ଭାବେ ବର୍ଣ୍ଣନା କରାଯାଇଛି।

କେଦାରନାଥ ମନ୍ଦିର‍‍‍
ନାମ
ମୂଳନାମ କେଦାରନାଥ
ଭୌଗୋଳିକ ଅବସ୍ଥିତ ିଦିଗବାରେଣି30°44′N 79°4′E / 30.733°N 79.067°E
ଦେଶଭାରତ
Stateଉତ୍ତରାଖଣ
ଅବସ୍ଥିତିକେଦାରନାଥ
ପରମ୍ପରା
ମୁଖ୍ୟ ଆରାଧ୍ୟକେଦାରନାଥ (ଶିବ)

କିମ୍ବଦନ୍ତୀସମ୍ପାଦନ କରନ୍ତୁ

କିମ୍ବଦନ୍ତୀ ଅନୁସାରେ ଶ୍ରୀକେଦାରନାଥ ଜ୍ୟୋତିର୍ଲିଙ୍ଗ ମନ୍ଦିର ପାଣ୍ଡବମାନଙ୍କଦ୍ଵାରା ନିର୍ମିତ ହେଇଥିଲା ।ପରିକ୍ଷିତ ମହାରାଜାଙ୍କ ପୁତ୍ର ଜନ୍ମେଜୟ ମନ୍ଦିର ଗର୍ଭଗୃହ ସମ୍ମୁଖ ମଣ୍ଡପ ନିର୍ମାଣ କରେଇଥିଲେ । ବର୍ତ୍ତମାନର ମନ୍ଦିର ଅଷ୍ଟମ ଶତାବ୍ଦୀରେ ଆଦି ଶଙ୍କରାଚାର୍ଯ୍ୟଙ୍କଦ୍ଵାରା ନିର୍ମିତ ।ସମୟ କ୍ରମେ ମନ୍ଦିର ଜିର୍ଣ୍ଣ ହେଇପଡ଼ିଛି ଏବଂ ପୁନଃ ମନ୍ଦିରର ଜୀର୍ଣ୍ଣ ସଂସ୍କାର କରାଯାଇଛି ।

ପୌରାଣିକସମ୍ପାଦନ କରନ୍ତୁ

ପୌରାଣିକ ଆଖ୍ୟାୟିକା ଅନୁସାରେ ମହାଭାରତ ଯୁଦ୍ଧରେ ପାଣ୍ଡବମାନେ ନିଜରପିତାମହ,ଗୁରୁ ଓ ଭାଇମାନଙ୍କୁ ବିନାଶ କରିବା ଜନିତ ଦୋଷରୁ ମୁକ୍ତି ପାଇବା ପାଇଁ ଭଗବାନ ଶଙ୍କରଙ୍କ ଆଶିର୍ବାଦ ଲାଭ ଉଦ୍ଦେଶ୍ୟରେ କାଶୀ, ଗୁପ୍ତକାଶୀ ଆସି କେଦାରଖଣ୍ଡରେପହଞ୍ଚିଲେ । ପ୍ରଭୁ ପାଣ୍ଡବମାନଙ୍କ ଆନ୍ତରିକତା ପରୀକ୍ଷା କରିବା ପାଇଁ ସେମାନଙ୍କୁ ଦର୍ଶନ ନଦେଇ ଏକ ମହିଷ ବା ଷଣ୍ଢ ରୂପରେ ବିଚରଣ କରିବାକୁ ଲାଗିଲେ । ପାଣ୍ଡବମାନେ ଏହା ଜାଣିପାରିବାରୁ ମହିଷରୂପୀ ଶିବ ପୃଥିବୀ ଗର୍ଭରେ ପ୍ରବେଶ କରିବାକୁ ଲାଗିଲେ । ଦ୍ଵିତୀୟ ପାଣ୍ଡବ ମହିଷ ରୂପୀ ଶିବଙ୍କର ପୃଷ୍ଠ ଭାଗକୁ କୁଣ୍ଢାଇ ଧରିବାରୁ ମହିଷର ପୃଷ୍ଠଭାଗ କେଦାରନାଥ ଅନ୍ୟ କେତେକ ଭାଗ ମଦମହେଶ୍ଵର, ତୁଙ୍ଗନାଥ, ରୁଦ୍ରନାଥ ଓ କଳ୍ପେଶ୍ଵରରେ ଏବଂ ଶିରଭାଗ ନେପାଳର କାଠମାଣ୍ଡୁରେ ଶିବଲିଙ୍ଗରୂପେ ପ୍ରକଟିତ ହେଲେ । [୩][୪][୫] ତେଣୁ ବିଶ୍ଵାସ କରାଯାଏ ଶ୍ରୀକେଦାରନାଥ ଓ ପଶୁପତିନାଥ ଏକ ଓ ଅଭିନ୍ନ ଏବଂ ଉଭୟେ ମିଶି ଗୋଟିଏ ଜ୍ୟୋତିର୍ଲିଙ୍ଗ ।[୬]

ମନ୍ଦିରସମ୍ପାଦନ କରନ୍ତୁ

କେଦାରନାଥ ମନ୍ଦିର

ଶ୍ରୀ କେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ମନ୍ଦିର ଗର୍ଭଗୃହର ଭିତରପାଖ କାଠରେ ଆବୃତ।ବର୍ତ୍ତମାନର ମନ୍ଦିର ସମ୍ମୁଖରେ ବିରାଟ ନନ୍ଦୀ ବିଗ୍ରହ ଗର୍ଭଗୃହ ମଧ୍ୟକୁ ମୁଖକରି ବିଜେ କରିଛନ୍ତି । ମନ୍ଦିର ପ୍ରବେଶ ଦ୍ଵାରରେ ବିନାୟକ ମୂର୍ତ୍ତି ଧ୍ୟାନମୁଦ୍ରାରେ ବିରାଜମାନ । ଗର୍ଭଗୃହ ସମ୍ମୁଖ ମଣ୍ଡପରେ ଶ୍ରୀକୃଷ୍ଣ, ଯୁଧିଷ୍ଠିର, ଭୀମ, ଅର୍ଜୁନ, ନକୁଳ, ସହଦେବ ଓ ଦ୍ରୌପଦୀଙ୍କ ମୂର୍ତ୍ତି ଏବଂ ବୀରଭଦ୍ର ସ୍ଵାମୀ, କେଦାରଗୌରୀ ଓ ଅନ୍ୟ ଦେବଦେବୀଙ୍କ ବିଗ୍ରହ ଶୋଭାପାଉଛି ।
ଶିବଲିଙ୍ଗସମ୍ପାଦନ କରନ୍ତୁ

ଗର୍ଭଗୃହରେ ଭଗବାନ ଶଙ୍କର ସଦାଶିବ ରୂପରେ ପୂଜା ପାଉଛନ୍ତି । ଶିବଲିଙ୍ଗ ଏକ ବିରାଟ ଗର୍ତ୍ତ ମଧ୍ୟରୁ ଉପରକୁ ଉଠିଥିବା ଏକ ମହିଷିର ପୃଷ୍ଠଭାଗ ସଦୃଶ ଦୃଶ୍ୟମାନ ହୁଅନ୍ତି । ବିରାଜମାନ ଶିବଲିଙ୍ଗର ଆକୃତି ଲମ୍ବରେ ପ୍ରାୟ ୮.୫ଫୁଟ, ଚଉଡାରେ ପ୍ରାୟ ୪ଫୁଟ ଓ ଉଚ୍ଚତାରେ ୪ଫୁଟ ।

ଦର୍ଶନସମ୍ପାଦନ କରନ୍ତୁ

କେଦାରନାଥକୁ ଯିବା ରାସ୍ତାର ଦୃଶ୍ୟ

ଶ୍ରୀ କେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ପୂର୍ବାହ୍ନ ଦର୍ଶନକୁ ନିର୍ବା

Recommended